ଆଜି ଭୁବନେଶ୍ୱରରୁ ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ଆଜି ୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ହୋମ କ୍ୱାରେଣ୍ଟାଇନ ଓ ୬ଟି ସ୍ଥାନୀୟ ମାମାଲା ରହିଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୧୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଡୁମଡୁମା, ସାଲିଆସାହି, ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏଁ ଏବଂ ୟୁନିଟ-୪ରୁ ୨ଟି ସ୍ଥାନୀୟ ମାମଲା ରହିଛି। ଏଥିସହିତ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ୫୧ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୭ଜଣ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଆଜି ସକାଳେ ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ୧୩୦ ନୂଆ କରୋନା ଆକ୍ରାନ୍ତ ୨୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ରାଜ୍ୟ ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଥିବା ଆଶଙ୍କା କରାଯାଉଛି। ସାଲିଆସାହିରେ ଗୋଷ୍ଠୀ ସଂକ୍ରମଣ ହେବାର ଅଧିକ ସମ୍ଭାବନା ରହିଥିବା ଜଣାପଡ଼ୁଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୨୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୮ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବାବେଳେ ୧୪୮୧ ଜଣ ସୁସ୍ଥ ହୋଇଛନ୍ତି। ୧୧୯୬ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।