କରୋନା ନେଲା ଆଉ ଏକ ଜୀବନ: ସଂଖ୍ୟା ୧୦କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ମୃତକ ଜଣକ ଗଞ୍ଜାମର ୫୫ ବର୍ଷୀୟ ପୁରୁଷ। ଶ୍ୱାସକ୍ରିୟାଜନିତ ସମସ୍ୟା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଇଛି।

ସେହିପରି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଭୁବନେଶ୍ୱରରୁ ୩ ଜଣ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।