ମୁଲାୟମ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

 ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ ଗୁରୁତର ଅସୁସ୍ଥ ହୋଇଛନ୍ତି। ତାଙ୍କୁ ମେଦାନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏକ ଡାକ୍ତର ଦଳ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। ସୂଚନାଯୋଗ୍ୟ ଯେ ମୁଲାୟମ ଏକ ମାସତଳେ ଅସୁସ୍ଥ ହୋଇଥିଲେ ଓ ମେଦାନ୍ତରେ ଚିକିତ୍ସା ପରେ ସୁସ୍ଥ ହୋଇଥିଲେ।