ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୪୪ କରୋନା ଆକ୍ରାନ୍ତ, ଜଣେ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ବାକି ୧୦୨ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅନ୍ୟପଟେ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ ୨୪ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡ଼ିଛି।

ତେବେ ୨୪୪ଟି ନୂଆ କରୋନା କେସ୍ ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୨୮ ହଜାର ୪୩ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨,୧୧୮ ଜଣ ଚିକିତ୍ସାଧୀନ ହେଉଥିବା ବେଳେ ୧,୮୯୨ ଜଣଙ୍କ ମୃତ୍ୟୁ ହୋଇଛି।