ବଜ୍ରାଘାତରେ ଜଣେ ମୃତ, ୪ ଆହତ

ରାମନାଗୁଡା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ୍ ପେଣେକାମ ପଞ୍ଚାୟତ ପାତ୍ରଗୁଡା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଥିବା ଜଣାପଡିଛି। ୪ ଜଣ ଆହତଙ୍କୁ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ଚମ୍ପା ତୋଇକା(୨୯)।

ସୂଚନା ଅନୁସାରେ ଜମିରେ ଧାନ ରୁଆ ଚାଲିଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ଏଥିରେ ଘଟଣାସ୍ଥଳରେ ହିିଁ ଚମ୍ପାଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଅନ୍ୟ ୪ ଆହତ ହୋଇଥିଲେ। ତେବେ ଆହତମାନଙ୍କୁ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପରେ ଗୁଣୁପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଜାରି ରଖିଛି।