ଭୁବନେଶ୍ୱର,ଏନ୍ଏନ୍ଏସ୍: ଯୁଦ୍ଧ ତଥା ଉଗ୍ର ବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହିଦ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହିଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ ମସିହାରେ ଏହାକୁ ଯଥା କ୍ରମେ ୨ ଲକ୍ଷ ଓ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ରାଜ୍ୟ ସରକାର ଏବେ ଏହି ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।