ଭୁବନେଶ୍ୱରରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ: ୧୦୬ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ୧୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୫୨ଜଣ ଓ ସ୍ଥାନୀୟ ସଂକ୍ରମଣ ୪୯ଜଣ ରହିଛନ୍ତି। ଏଥିସହିତ ୧୦୬ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଆଜି ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୫୭୩ ହୋଇଥିବାବେଳେ ୨,୨୫୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୮ଜଣଙ୍କର ମୃତ୍ୟୁ ଘଟିଛି ଓ ୧୨୯୬ ଜଣ ଚିକିତ୍ସିତ ହେଉଛନ୍ତି।