୨୪ ଘଣ୍ଟାରେ ରାଜଧାନୀରୁ ପୁଣି ୧୦୮୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୦୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୧୪୯୬କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୪୧୧୩୬ ଜଣ ସୁସ୍ଥ ହୋଇଥିବାବେଳେ ୨୭୯ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ୧୦୦୬୦ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୫୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୮୯୭ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।