ଅଣାୟତ ହେବାରେ ଲାଗିଛି ରାଜଧାନୀ, ଆଜି ୧୦୯୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୦୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫୫୦୮କୁ ବୃଦ୍ଧି ପାଇଛି।

ଏଥିମଧ୍ୟରୁ ୩୭୦୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି। ୮୧୬୮ ଟି ଆକ୍ଟିଭ କେସ୍ ରହିଛି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୨ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୫୦୯ଜଣ ସୁସ୍ଥ ଘରକୁ ଫେରିଛନ୍ତି।