ରାଜଧାନୀରୁ ଆଜି ୧୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୬୭୫ରେ ପହଞ୍ଚିଛି।

ଏଥିମଧ୍ୟରୁ ୩୧୨୧୨ ଜଣ ସୁସ୍ଥ ହୋଇଥିବା ବେଳେ ୨୪୨ଜଣଙ୍କର ମୃତ୍ୟୁ ହୋଇଛି। ୨୦୦ ଜଣ ବର୍ତ୍ତମାନ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୮ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟ ପକ୍ଷ୍ୟରେ ଆଜି ଭୁବନେଶ୍ୱରରୁ ମୋଟ ୧୯ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।