ରାଜଧାନୀରୁ ପୁଣି ୧୧୯୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱର ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୫୭୭୨କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୪୪୭୭୮ଜଣ ସୁସ୍ଥ ହୋଇଥିବା ବେଳେ ୨୮୪ଜଣଙ୍କର ମୃତ୍ୟୁ ହୋଇଛି। ୧୦୬୮୯ଜଣ ଚିକିତ୍ସାଧୀନ ରହିଛନ୍ତି।

ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୯୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦୦୨ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ୮୫୮ ଜଣ କରୋନା ସଂକ୍ରମିତ ସୁସ୍ଥହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ଦିଆଯାଇଛି।