ରାଜଧାନୀରେ ଦିନକରେ ସର୍ବାଧିକ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ: କ୍ୱାରେଣ୍ଟାଇନରୁ ୭୨, ସ୍ଥାନୀୟ ୫୨

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଦିନକରେ ସର୍ବାଧିକ ୧୨୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୨ଜଣ ରହିଥିବାବେଳେ ୫୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩କୁ ବୃଦ୍ଧି ପାଇଛି। ଏଥିସହିତ ୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୧୨୪ଜଣଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୫୭ଜଣ ସୁସ୍ଥ ହୋଇଛନ୍ତି ଓ ୧୧ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ୫୭୪ଜଣ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।