ଆଜି ୧୨୪୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆଜି ରାଜ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଆଜିର ସଂକ୍ରମିତଙ୍କ ମଧ୍ୟରୁ ୭୨୯ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୫୧୮ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତ ହୋଇଚନ୍ତି।

 

ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ ଏବଂ ଷ୍ଟେଟ ପୁଲରୁ ୨୯ଜଣ ରହିଛନ୍ତି ।