ରାଜ୍ୟରେ ପୁଣି ୧୨୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ୧୨୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୩,୯୮୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୧୨୫ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩, ପୁରୀରୁ ୧୭, କଟକରୁ ୧୪, ମୟୁଭଞ୍ଜରୁ ୧୩, ଗଞ୍ଜାମରୁ ୧୦, କେଉଁଝରରୁ ୯, ଯାଜପୁରରୁ ୮, ନୂଆପଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଛନ୍ତି। ସେହିପରି କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୪ ଲେଖାଏଁ, ସୁନ୍ଦରଗଡ଼ରୁ ୩, ବଲାଙ୍ଗିରରୁ ୨, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ ହୋଇଥିବାବେଳେ ୩,୯୮୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧,୪୬୫ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।