ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ରୋଗୀ: ସଂଖ୍ୟା ୨୫ ହଜାର ଟପିଲା

ଭୁବନେଶ୍ୱର: ରାଜ୍ୟରେ ଆଉ ୧,୨୫୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୨୫ ହଜାର ୭୩୭କୁ ବଢଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪୮୫, ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରରୁ ୧୦୭, ପୁରୀରୁ ୭୫, ମୟୁଭଞ୍ଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯, କନ୍ଧମାଳରୁ ୨୮ ଓ ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୧୮ ହୋଇଥିବାବେଳେ ୨୫ ହଜାର ୭୩୭ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟପଟେ ୨୨୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୩ ହଜାର ୫୬ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।