ରାଜଧାନୀରୁ ଆଉ ୧୨୯୪ କରୋନା ପଜିଟିଭ ଚିହ୍ନଟ, ୮୦୩ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୭୦୬୬ରେ ପହଞ୍ଚିଛି। ଏଥିମଧ୍ୟରୁ ୪୫୫୮୧ଜଣ ସୁସ୍ଥ ହୋଇଥିବା ବେଳେ ୨୮୬ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ୧୧୧୭୮ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୬୩ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୩୧ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୮୦୩ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।