ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୪,୪୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୧୩୧ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୩, ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରରୁ ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ ରହିଛନ୍ତି। ସେହିପରି କଟକ ଓ ବାଲେଶ୍ୱରରୁ ୨ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, କେଉଁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୧୮୦କୁ ବୃଦ୍ଧି ପାଇଥିବାବେଳେ ୪,୪୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୭୩୪ ଜଣ ଚିକିତ୍ସାଧୀନ ଅଛନ୍ତି।