ରାଜ୍ୟରେ ଆଜି ଆଉ ୧୪ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର,ଏଜେନ୍ସି: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ସୁଧାର ହେଉନି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୧୮ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏ ଥିବାବେଳେ ଭୁବନେଶ୍ୱର ଓ ବାଲେଶ୍ୱରରୁ ଦୁଇ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଓ ନୟାଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।