ରାଜ୍ୟରେ ୧୪୧ ନୂଆ କରୋନା ପଜିଟିଭ: ମୋଟସଂଖ୍ୟା ୨୨୪୫କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୧୮ଟିି ଜିଲ୍ଲାରୁ ୧୪୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରିଛି।

ଆଜି ଚିହ୍ନଟ ହୋଇଥିବା ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୭, ଖୋର୍ଦ୍ଧାରୁ ୨୬, ନୂଆପଡ଼ାରୁ ୧୯, କେନ୍ଦ୍ରାପଡ଼ାରୁ ୧୩, ସୁନ୍ଦରଗଡ଼ରୁ ୮, ବଲାଙ୍ଗିରରୁ ୭, କଟକରୁ ୬, ପୁରୀରୁ ୫, ଜଗତସିଂହପୁର, ଗଜପତି ଓ କେଉଁଝରରୁ ୪ଜଣ ଲେଖାଏଁ, ଢେଙ୍କାନାଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି। ସେହିପରି ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୩୧ ଜଣ ସ୍ଥାନୀୟ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଂଚିଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇଛନ୍ତି ଓ ୭ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୯୯୧ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।