ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା

  • ଭୁବନେଶ୍ୱର: ଦେବସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀ ସହରର ବିଭିନ୍ନ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ମହାମାରୀ ସମୟରେ କୋଭିଡ୍ ନିୟମ ଉଲ୍ଲଂଘନ ନହେବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଦିନ ୨ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ଭବତରଣ ସାହୁ ଏହି ପଦକ୍ଷେପ ନେଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।