ରାଜଧାନୀରୁ ଆଉ ୧୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୫୧୨ରେ ପହଞ୍ଚିଛି। ଏଥି ମଧ୍ୟରୁ ୩୨୨୬୪ ଜଣ ସୁସ୍ଥ ହୋଇଥିବା ବେଳେ ୨୫୦ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ୯୭୭ଟି ଆକ୍ଟିଭ କେଶ ରହିଛି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୩୨ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୬ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ମୋଟ୍ ୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।