ଦେଶରେ ଆଉ ୧୪,୮୪୯ ନୂଆ କରୋନା ସଂକ୍ରମିତ ଚିହ୍ନଟ; ୧୫୫ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କୋଭିଡ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୪,୮୪୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୫୪ ହଜାର ୫୩୩ରେ ପହଞ୍ଚିଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ୪୦୮ ରହିଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଫଳରେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୩୯କୁ ବୃଦ୍ଧି ପାଇଛି। ଏଥିସହିତ ଦେଶରେ କରୋନା ଜନିତ ମୃତ୍ୟୁହାର ୧.୪୪% ରହିଛି, ଯାହାକି ବିଶ୍ୱରେ ସବୁଠାରୁ କମ୍। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫, ୯୪୮ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୧୬ ହଜାର ୭୮୬କୁ ବୃଦ୍ଧି ପାଇଛି।