ଦେବଗଡ଼ରୁ ପୁଣି ୧୫ କରୋନା ପଜିଟିଭ ଚିହ୍ନଟ

ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲାରୁ ଆଜି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୧ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି ଓ ୧୬ ଜଣ ଚିକିତ୍ସାଧୀନ ଅଛନ୍ତି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମହିଳା ଓ ଅନ୍ୟ ୧୪ଜଣ ପୁରୁଷ ରହିଛନ୍ତି। ସମସ୍ତ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବାବେଳେ କେଲଡ଼ା ସଙ୍ଗରୋଧ କେନ୍ଦ୍ରରୁ ୧୦ଜଣ ଓ ଅନ୍ୟ ୫ଜଣ ବସାଲଇ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାପଡ଼ିଛି। ତେବେ ସମ୍ପୃକ୍ତ ଆକ୍ରାନ୍ତ ତାମିଲନାଡ଼ୁ ଓ ଆନ୍ଧ୍ରପ୍ରଦେଶ ଫେରନ୍ତା ବୋଲି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।