ପ୍ରାଣ ହରାଇଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୪୦ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

ଏହି ନୂଆ କରୋନା ମୃତକଙ୍କ ଭିତରେ ସୁନ୍ଦରଗଡ଼ରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, କେନ୍ଦୁଝରରୁ ୨ ଜଣ ଏବଂ ଅନୁଗୁଳ, ବଲାଙ୍ଗିର, କଟକ, ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।