ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୮୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୩୪ ହଜାର ୨୦ରେ ପହଞ୍ଚିଛି।

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସମ୍ବଲପୁରରୁ ସର୍ବାଧିକ ୧୯ ଜଣ, ସୁନ୍ଦରଗଡ଼ ଓ ପୁରୀରୁ ୧୮ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୨ ଜଣ, ବାଲେଶ୍ୱରରୁ ୧୧ ଜଣ ଓ ଅନୁଗୁଳରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଜି କୌଣସି କରୋନା ଜନିତ ମୃତ୍ୟୁ ଘଟିଥିବା ନେଇ ସୂଚନା ଦିଆଯାଇ ନାହିଁ। ଫଳରେ ରାଜ୍ୟରେ କରୋନା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୧୯ ରହିଛି। ସେହିପରି ୩ ଲକ୍ଷ ୩୦ ହଜାର ୫୪୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୯୦୩ ଜଣଙ୍କ ମୃତ୍ୟୁ ହୋଇଛି।