ଓଡ଼ିଶାରେ ସୁସ୍ଥ ହେଲେ ଆଉ ୧,୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୧,୫୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏଥିସହିତ ରାଜ୍ୟରେ ମୋଟ କରୋନା ସୁସ୍ଥ ସଂଖ୍ୟା ୩୦,୨୪୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଆଜି ଗଞ୍ଜାମରେ ସର୍ବାଧିକ ୫୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡ଼ରୁ ୬୨, ସୁନ୍ଦରଗଡ଼ରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡି ଓ ରାୟଗଡ଼ାରୁ ୩୬ ଜଣ ଲେଖାଏଁ, ଯାଜପୁରରୁ ୩୪, ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ବଲପୁରରୁ ୩୧, ମାଲକାନଗିରିରୁ ୨୪, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୭, ବରଗଡ଼ ଓ ବଲାଙ୍ଗିରରୁ ୧୬ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୧୩, ମୟୂରଭଞ୍ଜରୁ ୧୨, ଭଦ୍ରକ, ଜଗତସିଂହପୁର ଓ ସୋନପୁରରୁ ୮ ଜଣ ଲେଖାଏଁ, ଅନୁଗୁଳ ଓ ନୂଆପଡ଼ାରୁ ୬ ଜଣ ଲେଖାଏଁ, ନବରଙ୍ଗପୁରରୁ ୪ ଓ ଝାରସୁଗୁଡ଼ାରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି।