ଦେଶରେ ଆଉ ୧୫, ୫୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ; ୧୯୧ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କୋଭିଡ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୫, ୫୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୨୭ ହଜାର ୬୮୩ରେ ପହଞ୍ଚିଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୧୩ ହଜାର ୨୭ ରହିଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଫଳରେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୯୧୮କୁ ବୃଦ୍ଧି ପାଇଛି। ଏଥିସହିତ ଦେଶରେ କରୋନା ଜନିତ ମୃତ୍ୟୁହାର ୧.୪୪% ରହିଛି, ଯାହାକି ବିଶ୍ୱରେ ସବୁଠାରୁ କମ୍। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫, ୯୭୫ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୧ଲକ୍ଷ ୬୨ ହଜାର ୭୩୮କୁ ବୃଦ୍ଧି ପାଇଛି। ଦେଶରେ କରୋନା ଆରୋଗ୍ୟ ହାର ୯୬.୫୩% ରହିଛି।