୧୬ କରୋନା ପଜିଟିଭ ଚିହ୍ନଟ

ବାରିପଦା, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରୁ ୪୭୧ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରୁ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪,୪୭୪ରେ ପହଁଞ୍ଚିଛି। ସେହିପରି ଜିଲ୍ଲାରୁ ୧୪,୩୦୨ ସୁସ୍ଥ ହୋଇ ଫେରିଥିବାବେଳେ ୮୦ ଜଣ ଚିକିତ୍ସାଧୀନ ରହିଛନ୍ତି। ମୋଟ୍ ୯୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।