ରାଜ୍ୟରେ ଆଜି ଆଉ ୧୬ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୮୭ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡରୁ ୪ ଜଣ, ପୁରୀରୁ ତିନି ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିପରି ଅନୁଗୁଳ, ବରଗଡ଼, ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।