ରାଜ୍ୟରେ ଆଉ ୧୬ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ପାଖାପାଖି ୧୦ ହଜାରରୁ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୧୦୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ଼ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି।