ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୭ କରୋନା ରୋଗୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣରେ ସୁଧାର ଆସିଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟାରେ କୌଣସି ସୁଧାର ଆସୁନାହିଁ। ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଆଉ ୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୬୫୭ରେ ପହଞ୍ଚିଛି।

ଏହି ୧୭ କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ସମ୍ବଲପୁରରୁ ୩ ଜଣ, ବରଗଡ଼ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗିର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଥିବା ଜଣାପଡ଼ିଛି।