ରାଜ୍ୟରେ ଆଉ ୧୭ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାରରୁ ଅଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୧୯୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା, ରାୟଗଡ଼ା, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ପୁରୀରୁ ୨ ଜଣ ଏବଂ ଅନୁଗୁଳ, ବଲାଙ୍ଗିର ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ ରହିଛନ୍ତି।