ରାଜ୍ୟରେ ଆଉ ୧୭ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାରରୁ ଅଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୨୩୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବୌଦ୍ଧ, ଢ଼େଙ୍କାନାଳ, ଗଞ୍ଜାମ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି।