ଦେଶରେ ଦିନକରେ ୧୮,୧୩୯ କରୋନା ପଜିଟିଭ ଚିହ୍ନଟ, ୨୩୪ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦୈନିକ କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟାରେ ହ୍ରାସ ଘଟୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୮ ହଜାର ୧୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୪ ଘଣ୍ଟା ମଧ୍ୟରେ ୨୩୪ ଜଣଙ୍କର ମୃତ୍ୟୁ ଘଟିଛି।

ଫଳରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୧୩ ହଜାର ୪୧୭କୁ ଛୁଇଁଛି। ସେହିପରି ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୫୭୦ରେ ପହଞ୍ଚିଛି। ଅପରପକ୍ଷରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦ ହଜାର ୫୩୯ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ସୁସ୍ଥ ସଂଖ୍ୟା ୧ କୋଟି ୩୭ ହଜାର ୩୯୮କୁ ବୃଦ୍ଧି ପାଇଛି। ଏଥିସହିତ ଦେଶରେ ୨ ଲକ୍ଷ ୨୫ ହଜାର ୪୪୯ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।