ରାଜଧାନୀରେ ୧୮୨ ଆକ୍ରାନ୍ତ, ୧୭୫ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୧୮୨ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮ଜଣ ଓ ସ୍ଥାନୀୟ ସଂକ୍ରମଣ ୧୫୪ଜଣ ରହିଛନ୍ତି। ଅନ୍ୟପଟେ ୧୭୫ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ହଜାର ୭୬୭ ହୋଇଥିବାବେଳେ ୯୫ହଜାର ୮୯୫ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୭୮୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୦୬୧ ଜଣ ଚିକିତ୍ସିତ ହେଉଛନ୍ତି।