ରାଜ୍ୟରେ ଆଉ ୧୯ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାରରୁ ଅଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୨୫୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୩ ଜଣ, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି।