ରାଜଧାନୀରେ ଆଉ ୧୯୦ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମଣ ୧୫୨

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୧୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମଣ ୧୫୨ଜଣ ରହିଛନ୍ତି। ଅନ୍ୟପଟେ ୫୬ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୧୯୦ ଜଣଙ୍କୁ ମିଶାଇ ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ହଜାର ୭୦୨ ହୋଇଥିବାବେଳେ ୩୨ହଜାର ୩୨୦ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୧୧୧ ଜଣ ଚିକିତ୍ସିତ ହେଉଛନ୍ତି।