ରାଜ୍ୟରେ ଦିନକରେ ୧୯୧୭ ଜଣ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କ୍ରମଶଃ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ପୁଣି ୨ ହଜାର ତଳକୁ ଖସିଲା କରୋନା ସଂକ୍ରମଣ। ୨୪ ଘଣ୍ଟା ମଧ୍ୟରେ ଆଜି ରାଜ୍ୟରେ ୧୯୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧୦୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର ୮୫୧ରେ ପହଞ୍ଚିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୯୧, ବାଲେଶ୍ୱରରୁ ୮୪, ବରଗଡ଼ରୁ ୧୯, ଭଦ୍ରକରୁ ୫୫, ବଲାଙ୍ଗିରରୁ୧୦, ବୌଦ୍ଧରୁ ୭, କଟକରୁ ୨୫୬, ଦେବଗଡ଼ରୁ ୧, ଢେଙ୍କାନାଳରୁ ୩୭, ଗଜପତିରୁ ୧୬, ଗଞ୍ଜାମରୁ ୭, ଜଗତସିଂହପୁରରୁ ୯୨, ଯାଜପୁରରୁ ୮୭, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୬, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୩୩, କୋରାପୁଟରୁ ୧୦, ମାଲକାନଗିରିରୁ ୧୨, ମୟୂରଭଞ୍ଜରୁ ୬୯, ନବରଙ୍ଗପୁରରୁ ୧୦, ନୟାଗଡ଼ରୁ ୭୬, ନୂଆପଡ଼ାରୁ ୫, ପୁରୀରୁ ୧୧୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୫, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୫୦ ଓ ଷ୍ଟେଟ ପୁଲରୁ ୧୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।