କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୧୯୪୮ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୮୨୮ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୫ ଜଣ, ବାଲେଶ୍ୱରରୁ ୯୮, ବରଗଡ଼ରୁ ୧୭, ଭଦ୍ରକରୁ ୫୯, ବଲାଙ୍ଗିରରୁ ୭, ବୌଦ୍ଧରୁ ୪, କଟକରୁ ୨୭୯, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୪, ଗଜପତିରୁ ୪, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧୩, ଯାଜପୁରରୁ ୧୧୫, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୪, କନ୍ଧମାଳରୁ ୧୯, କେନ୍ଦ୍ରାପଡ଼ାରୁ ୧୧୨, କେନ୍ଦୁଝରରୁ ୨୧, ଖୋର୍ଦ୍ଧାରୁ ୪୮୦, କୋରାପୁଟରୁ ୭, ମାଲକାନଗିରିରୁ ୨୪, ମୟୂରଭଞ୍ଜରୁ ୬୬, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୮୮, ନୂଆପଡ଼ାରୁ ୨, ପୁରୀରୁ ୮୩, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୨୫, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୪୭, ଷ୍ଟେଟ ପୁଲରୁ ୯୯ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୯ ଲକ୍ଷ ୬୧ ହଜାର ୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯,୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯,୩୬,୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।