ସୁସ୍ଥ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ; ବର୍ତ୍ତମାନ ୩ ଆକ୍ରାନ୍ତ ଚିକିତ୍ସାଧୀନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ତେବେ ଗତକାଲି ଦ୍ୱିତୀୟ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ୩ ଜଣ କରୋନା ଆକ୍ରାନ୍ତ ରୋଗୀ ଚିକିତ୍ସାଧୀନ ଅଛନ୍ତି। ତେବେ ଉକ୍ତ ବ୍ୟକ୍ତିର କରୋନା ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।

ସୂଚନା ଅନୁସାରେ ଉକ୍ତ ବ୍ୟକ୍ତି ଜଣଙ୍କ ବିଦେଶରୁ ଫେରିଥିଲେ। ଏହା ପରେ ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇ ଚିକିତ୍ସା କରାଯାଉଥିଲା। ତେବେ ଗତକାଲି ତାଙ୍କ ୨ଥର ରକ୍ତ ନମୁନା ପରୀକ୍ଷା କରାଯିବା ପରେ ଏହା ନେଗେଟିଭ ଆସିଥିଲା। ଏ ନେଇ ଆଜି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସେହିପରି ଦ୍ୱିତୀୟ କରୋନା ଆକ୍ରାନ୍ତ ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।