ଭୁବନେଶ୍ୱର,ଏନ୍ଏନ୍ଏସ୍: ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷାଫଳ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଯୁକ୍ତ ୨ ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ପୂର୍ବରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ ୨ ପରୀକ୍ଷାଫଳ ବାହାରିବ ବୋଲି ଘୋଷଣା ହୋଇଥିଲା।