ଚଳିତ ମାସରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାଫଳ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଯୁକ୍ତ ଦୁଇ କଳା, ବଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଚଳିତ ମାସରେ ପ୍ରକାଶ ପାଇବ। ଖାତାଦେଖା ସରି ଯାଇଥିବାବେଳେ ଏବେ ଟାବୁଲେସନ ଚାଲିଛି। ଆଉ ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।