ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସଂକ୍ରମଣ ସାଂଘାତିକ ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୋଟିଏ ଦିନରେ ଦେଶରେ ସର୍ବାଧିକ ୬୨ ହଜାର ୫୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଆଜି ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ ଅତିକ୍ରମ କରିଛି। ସେହିପରି ଆଜି ୮୮୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଦେଶରେ ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ୨୭ ହଜାର ୭୫ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଲକ୍ଷ ୭ ହଜାର ୩୮୪ ଜଣ ଆକ୍ରାନ୍ତ ସକ୍ରିୟ ଥିବାବେଳେ ୧୩ ଲକ୍ଷ ୭୮ ହଜାର ୧୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୪୧ ହଜାର ୫୮୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।