ଭୁବନେଶ୍ୱରରୁ ପୁଣି ୨୦ ପଜିଟିଭ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୧୩ ରେ ପହଞ୍ଚିଛି।

ସେଥିମଧ୍ୟରୁ ୩୧୦୯୦ ଜଣ ସୁସ୍ଥ ହୋଇଛନ୍ତି। ସେହପରି ୨୩୯ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬୩ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୬ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୪ ଜଣ ସ୍ଥାନୀୟବ୍ୟକ୍ତି ଆକ୍ରାନ୍ତ ହୋଇଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଆଜି ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।