ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୨୧

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଜି ଆଉ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୨୯୪ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୩, ଭୁବନେଶ୍ୱର, ପୁରୀ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ, ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ଓ ଏନିମିଆ ଭଳି ରୋଗରେ ପୀଡ଼ିତ ଥିଲେ।