ରାଜଧାନୀରେ ୨୧୩ ଆକ୍ରାନ୍ତ, ୩୦୭ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୨୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୭୪୪୧କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୨୪୪୫୦ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ୧୪୦ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ୨୮୩୦ ଜଣ ଚିକିତ୍ସାଧୀନ ଅଛନ୍ତି।

ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୬୮ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୪୫ଜଣ ସ୍ଥାନୀୟ ବ୍ୟକ୍ତି ଆକ୍ରାନ୍ତ ହୋଇଛନ୍ତି। ସେହିପରି ଆଜି ୩୦୭ଜଣ କରୋନା ଆକ୍ରାସ୍ତ ସୁସ୍ଥ ହୋଇଛନ୍ତି।