ରାଜ୍ୟରେ ବଢ଼ିଲା କରୋନା ମୃତ୍ୟୁ ସଂଖ୍ୟା: ଦିନକରେ ୨୨ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତଥ୍ୟ ଅନୁସାରେ ରାଜ୍ୟରେ ଆଉ ୨୨ ଜଣ କରୋନା ରୋଗୀଙ୍କ ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଛି। ଏଥିସହିତ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୭୩ରେ ପହଞ୍ଚିଛି।

ଏହି ୨୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ଅନୁଗୁଳରୁ ୩ ଜଣ, କଳାହାଣ୍ଡି, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ ଓ କନ୍ଧମାଳରୁ ଜଣେ ଲେଖାଏଁ ରହିଛନ୍ତି।