ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲାରେ ୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୩କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ ସ୍ଥାନୀୟ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି। ଏଥିସହିତ ଡାବୁଗାଁ ଓ ଉମରକୋଟରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ଏହାକୁ ସଟଡାଉନ ଘୋଷଣା କରାଯାଇଛି। ଦିନକୁଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲାପାଳ ଡା.ଅଜିତ କୁମାର ମିଶ୍ର ଜିଲ୍ଲାବାସୀଙ୍କୁ ସଜାଗ ରହିବା ସହ ଆବଶ୍ୟକ ନଥିଲେ ଘରୁ ନବାହାରିବା ପାଇଁ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ନବରଙ୍ଗପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୩ ହୋଇଥିବାବେଳେ ୧୭୦ଜଣ ସୁସ୍ଥ ହୋଇଛନ୍ତି ଓ ୭୨ଜଣ ଚିକିତ୍ସିତ ହେଉଛନ୍ତି। ଆଉ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।