ଭାରତରେ ୨୩ ଲକ୍ଷ ଟପିଲା କରୋନା: ଗୋଟିଏ ଦିନରେ ୬୦,୯୬୩ ଆକ୍ରାନ୍ତ ଚିହ୍ନଟ, ୮୩୪ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ବଢ଼ି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୨୩ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୦ ହଜାର ୯୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୨୯ ହଜାର ୬୩୮ରେ ପହଞ୍ଚିଛି। ଅନ୍ୟପଟେ ଆଜି ଆଉ ୮୩୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪୬,୦୯୧କୁ ବୃଦ୍ଧି ପାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ଦେଶରେ ୬ ଲକ୍ଷ ୪୩ ହଜାର ୯୪୮ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୬ ଲକ୍ଷ ୩୯ ହଜାର ୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।