ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳେ ରାଜ୍ୟରେ ଆଉ ୨୬ ଜଣ କୋରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସବୁ ଆକ୍ରାନ୍ତଙ୍କ ମଧ୍ୟରୁ ଭଦ୍ରକରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ ଓ ଗଞ୍ଜାମ ଜିଲ୍ଲାରୁ ୧୯ ଜଣ। ଏହି କ୍ରମରେ ଗଞ୍ଜାମ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ଏ ନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ରାଜ୍ୟରେ ଏବେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଁଚିଛି। ସେମାନଙ୍କ ମଧ୍ୟରୁ ୧୮୧ଟି ଆକ୍ଟିଭ୍ କେସ୍ ଥିବା ବେଳେ ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।